ବଢୁଛି କରୋନା ଦୈନିକ ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 1316 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1316 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 1 ହଜାର 457 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ବୃଦ୍ଧି ପରିଲକ୍ଷିତ ହୋଇଛି । ମାସ ଆରମ୍ଭରୁ ଆକ୍ରାନ୍ତଙ୍କ ସଂଖ୍ୟା ହଜାର ପରେ ରହି ଆସୁଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଇ ଦେଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1316 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 1 ହଜାର 457 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 16 ହଜାର 098 କରୋନା ସକ୍ରିୟ ରୋଗୀ ଅଛନ୍ତି । ସେହିପରି ଗତକାଲି କରୋନା କାରଣରୁ 4 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 57 ହଜାର 149 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 41 ଲକ୍ଷ 10 ହଜାର 590 ରେ ପହଞ୍ଚିଛି । ଏପରିକି ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା 5 ଲକ୍ଷ 30 ହଜାର 461 ହୋଇଛି ।
କରୋନା ବିରୋଧରେ ସାରା ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 219 କୋଟି 67 ଲକ୍ଷ 80 ହଜାର 694 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 1 ଲକ୍ଷ 64 ହଜାର 567 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications