Get Updates
Get notified of breaking news, exclusive insights, and must-see stories!

କରୋନା ଦୈନିକ ମାମଲାରେ ଦ୍ରୁତ ହ୍ରାସ : ଗତ 24 ଘଣ୍ଟାରେ 13,405 ରୋଗୀ ଚିହ୍ନଟ, 235 ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 13 ହଜାର 405 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ ଏହି ସମୟରେ କରୋନା କାରଣରୁ 235 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : କିଛି ଦିନ ଧରି କରୋନା ଦୈନିକ ସଂକ୍ରମଣରେ ଦ୍ରୁତ ବୃଦ୍ଧି ପରେ ବର୍ତ୍ତମାନ ଏହି ମାମଲାରେ ଆଖିଦୃଶିଆ ହ୍ରାସ ପରିଲକ୍ଷିତ ହୋଇଛି । ଦୁଇ ଦିନ ଧରି ଲଗାତାର କରୋନା ଦୈନିକ ମାମଲା ହ୍ରାସ ପାଇ 15 ହଜାର ତଳେ ରହିଛି । ଏଥିସହିତ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 13 ହଜାର 405 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ ଏହି ସମୟରେ କରୋନା କାରଣରୁ 235 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।

CoronaVirus

ଅପରପକ୍ଷରେ ଏହି ସମୟ ମଧ୍ୟରେ ସଂକ୍ରମିତଙ୍କ ମଧ୍ୟରୁ 34 ହଜାର 226 ଜଣ ସୁସ୍ଥ ହୋଇଛନ୍ତି । ନୂଆ ସୁସ୍ଥଙ୍କ ସଂଖ୍ୟାକୁ ମିଶାଇ ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 21 ଲକ୍ଷ 58 ହଜାର 510 ରେ ପହଞ୍ଚିଛି । ସେହିପରି ମୃତକଙ୍କ ସଂଖ୍ୟା 5 ଲକ୍ଷ 12 ହଜାର 344କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଦେଶରେ 1 ଲକ୍ଷ 81 ହଜାର 75 ସକ୍ରିୟ ରୋଗୀ ଅଛନ୍ତି । ଏଥିସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 28 ଲକ୍ଷ 51 ହଜାର 929 ହୋଇଛି ।

ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତକାଲି ସନ୍ଧ୍ୟା ସୁଦ୍ଧା ମୋଟ 175 କୋଟି 83 ଲକ୍ଷ 27 ହଜାର 441 ଡୋଜ୍ ଟିକା ଦିଆଯାଇଛି । ଗତକାଲି ଏଥିମଧ୍ୟରୁ 35 ଲକ୍ଷ 50 ହଜାର 868 ଡୋଜ୍ ଟିକା ଦିଆଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+