କମିଲା ଦୈନିକ ସଂକ୍ରମଣ : ଗତ 24 ଘଣ୍ଟାରେ 13451 ନୂଆ ରୋଗୀ ଚିହ୍ନଟ, 585 ମୃତ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 13 ହଜାର 451 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 585 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 13 ହଜାରରୁ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 13 ହଜାର 451 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 585 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 14 ହଜାର 21 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 62 ହଜାର 661 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 42 ଲକ୍ଷ 15 ହଜାର 653 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 55 ହଜାର 653କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 35 ଲକ୍ଷ 97 ହଜାର 339 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।
ଅପରପକ୍ଷରେ ଦେଶରେ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 103 କୋଟି 53 ଲକ୍ଷ 25 ହଜାର 577 ଡୋଜ୍ ଟୀକାକରଣ ହୋଇସାରିଛି ।












Click it and Unblock the Notifications