କମୁଛି କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 89 ଆକ୍ରାନ୍ତ
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 89 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 135 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1771 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ କ୍ରମାଗତ ଭାବେ ହ୍ରାସ ହେଉଛି । ଏପରିକି ଗତ କାଲି ମଧ୍ୟ କରୋନା ଦୈନିକ ମାମଲା ଶହେ ତଳେ ରହିଛି । ଏହା ସହ କୌଣସି କରୋନାଜନିତ ମୃତ୍ୟୁ ହୋଇନାହିଁ ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 89 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 135 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 1771 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ କୌଣସି କରୋନା ରୌଗୀଙ୍କର ମୃତ୍ୟୁ ହୋଇନାହିଁ ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 46 ଲକ୍ଷ 83 ହଜାର 543 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 51 ହଜାର 027 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 745 ରୋଗୀ ପ୍ରାଣ ହରାଇଛନ୍ତି ।
କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 59 ଲକ୍ଷ 30 ହଜାର 758 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 1 ଲକ୍ଷ 34 ହଜାର 455 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications