For Quick Alerts
Turn On Notification  
For Daily Alerts
Oneindia App Download

କରୋନା ଅପଡେଟ୍ : ଗତ 24 ଘଣ୍ଟାରେ 13,596 ରୋଗୀ ଚିହ୍ନଟ, 166 ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 13 ହଜାର 596 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 166 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

|

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବଡ଼ ହ୍ରାସ ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 14 ହଜାରରୁ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 13 ହଜାର 596 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 166 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

CoronaVirus

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 19 ହଜାର 582 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 89 ହଜାର 694 ସକ୍ରିୟ ମାମଲା ରହିଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 40 ଲକ୍ଷ 81 ହଜାର 315 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 52 ହଜାର 290 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 34 ଲକ୍ଷ 39 ହଜାର 331 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହାର ବୁଲେଟିନରେ ଟୀକାକରଣ ବିଷୟରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି । ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ 97 କୋଟି 79 ଲକ୍ଷ 47 ହଜାର 783 ଡୋଜ୍ କୋଭିଡ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତ 24 ଘଣ୍ଟା ମଧ୍ୟରେ 12 ଲକ୍ଷ 5 ହଜାର 162 ଡୋଜ ଦିଆଯାଇଥିଲା ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Reports 13596 new corona cases in last 24 hours
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X