କମୁଛି କରୋନା ଦୈନିକ ସଂକ୍ରମଣ : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 14092 ଆକ୍ରାନ୍ତ, 41 ମୃତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 14 ହଜାର 092 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 16 ହଜାର 454 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ବୃଦ୍ଧି ପରିଲକ୍ଷିତ ହେବା ପରେ ଗତ କିଛି ଦିନ ହେବ ଏଥିରେ ଆଖିଦୃଶିଆ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ମାମଲା 14 ହଜାରକୁ ଖସିଛି । ଏପରିକି ସକ୍ରିୟ ମାମଲା ମଧ୍ୟ ଏକ ଲକ୍ଷ 16 ହଜାରକୁ ଖସିଛି । କିନ୍ତୁ କରୋନାଜନିତ ମୃତ୍ୟୁ ଚିନ୍ତାର କାରଣ ପାଲଟିଛି ।

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 14 ହଜାର 092 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 16 ହଜାର 454 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 16 ହଜାର 861 କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 41 ରେକର୍ଡ ହୋଇଛି ।
ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 42 ଲକ୍ଷ 53 ହଜାର 464 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 36 ଲକ୍ଷ 09 ହଜାର 566 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 27 ହଜାର 037 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 207 କୋଟି 99 ଲକ୍ଷ 63 ହଜାର 555 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 28 ଲକ୍ଷ 01 ହଜାର 457 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications