15 ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ ମାମଲା : ଗତ 24 ଘଣ୍ଟାରେ ମାତ୍ର 14,313 ନୂଆ ରୋଗୀ ଚିହ୍ନଟ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 14 ହଜାର 313 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 181 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ କିଛି ଦିନ ହେବ ହ୍ରାସ ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ ଖସି 15 ତଳକୁ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 14 ହଜାର 313 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 181 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 26 ହଜାର 579 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 2 ଲକ୍ଷ 14 ହଜାର 900 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 39 ଲକ୍ଷ 85 ହଜାର 920 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 50 ହଜାର 963 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 33 ଲକ୍ଷ 20 ହଜାର 57 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହାର ବୁଲେଟିନରେ ଟୀକାକରଣ ବିଷୟରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି । ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ 95 କୋଟି 89 ଲକ୍ଷ 78 ହଜାର 49 ଡୋଜ୍ କୋଭିଡ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତ 24 ଘଣ୍ଟା ମଧ୍ୟରେ 65 ଲକ୍ଷ 86 ହଜାର 92 ଡୋଜ ଦିଆଯାଇଥିଲା ।












Click it and Unblock the Notifications