ଡରାଇଛି କରୋନା ମୃତ୍ୟୁ ସଂଖ୍ୟା : ଗତ 24 ଘଣ୍ଟାରେ 805 ଜଣଙ୍କର ମୃତ୍ୟୁ, 14,348 ଜଣ ରୋଗୀ ଚିହ୍ନଟ
24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 14 ହଜାର 348 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 805 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ପୁଣି ବୃଦ୍ଧି ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 14 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 14 ହଜାର 348 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 805 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 13 ହଜାର 198 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 61 ହଜାର 334 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 42 ଲକ୍ଷ 46 ହଜାର 157 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 57 ହଜାର 191କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 36 ଲକ୍ଷ 27 ହଜାର 632 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।
ଅପରପକ୍ଷରେ ଦେଶରେ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 104 କୋଟି 82 ଲକ୍ଷ 966 ଡୋଜ୍ ଟୀକାକରଣ ହୋଇସାରିଛି । ଏଥିମଧ୍ୟରୁ ଗତ 24 ଘଣ୍ଟାରେ 74 ଲକ୍ଷ 33 ହଜାର 392 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications