99 ହଜାର ପାର୍ ହେଲା କରୋନା ସକ୍ରିୟ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 14 ହଜାର ରୋଗୀ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 14 ହଜାର 506 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 11 ହଜାର 574 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ କରୋନା ଦୈନିକ ସଂକ୍ରମଣ ମାମଲାରେ ବୃଦ୍ଧି ପରିଲକ୍ଷିତ ହେବା ପରେ ଗୋଟି ଦିନ ପୂର୍ବରୁ ଏଥିରେ ସାମାନ୍ୟ ହ୍ରାସ ହୋଇଥିଲା । କିନ୍ତୁ ଗତକାଲି ଏଥିରେ ପୁଣି ବୃଦ୍ଧି ହୋଇ 14 ହଜାର ପାର୍ ହୋଇଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟ ଚିନ୍ତା ବଢାଇବାରେ ଲାଗିଛି । ଏପରିକି ସକ୍ରିୟ ମାମଲା 99 ହଜାର ପରେ ରହିଛି ।

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 14 ହଜାର 506 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 11 ହଜାର 574 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 99 ହଜାର 602 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି 30 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 34 ଲକ୍ଷ 33 ହଜାର 345 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 28 ଲକ୍ଷ 08 ହଜାର 666 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 25 ହଜାର 077 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।
କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 197 କୋଟି 46 ଲକ୍ଷ 57 ହଜାର 138 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 13 ଲକ୍ଷ 44 ହଜାର 788 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications