ଆଜି ଦେଶରେ ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ଦେଶରେ ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଏଥି ସହିତ କୌଣସି କରୋନା ରୋଗୀଙ୍କ ମୃତ୍ୟୁ ହୋଇନାହିଁ ।

CORONA

ନୂଆଦିଲ୍ଲୀ: ଆଜି ଦେଶର ଦୈନିକ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇଛି । ୧୦୦ରୁ ଅଧିକ ରହିଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଏଥି ସହିତ କୌଣସି କରୋନା ରୋଗୀଙ୍କ ମୃତ୍ୟୁ ହୋଇନାହିଁ । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 145 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥି ସହିତ 161 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହାଛଡା ବର୍ତ୍ତମାନ ଦେଶରେ 1, 962 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ତେବେ ଆଜି କରୋନା କାରଣରୁ କୌଣସି ରୋଗୀଙ୍କର ମୃତ୍ୟୁ ହୋଇନାହିଁ ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 4 କୋଟି 46 ଲକ୍ଷ 81 ହଜାର 650 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 48 ହଜାର 976 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ କରୋନା ପାଇଁ ମୋଟ 5 ଲକ୍ଷ 30 ହଜାର 728 ରୋଗୀଙ୍କର ମୃତ୍ୟୁ ହୋଇଥିବା ନେଇ ରେକର୍ଡ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 22 ଲକ୍ଷ 14 ହଜାର 046 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 74, 921 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+