କମୁଛି ଦୈନିକ ସଂକ୍ରମଣ : ଗତ 24 ଘଣ୍ଟାରେ 14,623 ନୂଆ ସଂକ୍ରମିତ, 229 ଦିନରେ ସର୍ବନିମ୍ନ ସକ୍ରିୟ ମାମଲା

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 14 ହଜାର 623 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 197 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବଡ଼ ହ୍ରାସ ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 15 ହଜାରରୁ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 14 ହଜାର 623 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 197 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

CoronaVirus

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 19 ହଜାର 446 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 78 ହଜାର 98 ସକ୍ରିୟ ମାମଲା ରହିଛି । ଯାହାକି 229 ଦିନରେ ସର୍ବନିମ୍ନ ବୋଲି ରେକର୍ଡ ହୋଇଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 41 ଲକ୍ଷ 8 ହଜାର 996 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 52 ହଜାର 651 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 34 ଲକ୍ଷ 78 ହଜାର 247 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହାର ବୁଲେଟିନରେ ଟୀକାକରଣ ବିଷୟରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି । ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ 99 କୋଟି 12 ଲକ୍ଷ 82 ହଜାର 283 ଡୋଜ୍ କୋଭିଡ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତ 24 ଘଣ୍ଟା ମଧ୍ୟରେ 41 ଲକ୍ଷ 36 ହଜାର 142 ଡୋଜ ଦିଆଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+