ସାମାନ୍ୟ ବଢିଲା କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 14917 ରୋଗୀ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 14 ହଜାର 917 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 14 ହଜାର 238 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ବୃଦ୍ଧି ପରିଲକ୍ଷିତ ହେବା ପରେ ଗତ କିଛି ଦିନ ହେବ ଏଥିରେ ଆଖିଦୃଶିଆ ହ୍ରାସ ହୋଇଥିଲା । ଗତକାଲି ଏଥିରେ ସାମାନ୍ୟ ବୃଦ୍ଧି ହୋଇଛି । ବର୍ତ୍ତମାନ ଦୈନିକ ମାମଲା 15 ହଜାରୁ ସାମାନ୍ୟ କମ୍ ରହିଛି । ଏପରିକି ସକ୍ରିୟ ମାମଲା ଏକ ଲକ୍ଷ 17 ହୋଇଛି । କିନ୍ତୁ ଏବେବି କରୋନାଜନିତ ମୃତ୍ୟୁ ଚିନ୍ତାର କାରଣ ପାଲଟିଛି ।

CoronaVirus

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 14 ହଜାର 917 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 14 ହଜାର 238 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 17 ହଜାର 508 କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 32 ରେକର୍ଡ ହୋଇଛି ।

ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 42 ଲକ୍ଷ 68 ହଜାର 381 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 36 ଲକ୍ଷ 23 ହଜାର 804 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 27 ହଜାର 069 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 208 କୋଟି 25 ଲକ୍ଷ 13 ହଜାର 831 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 25 ଲକ୍ଷ 50 ହଜାର 276 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+