For Quick Alerts
Turn On Notification  
For Daily Alerts
Oneindia App Download

କରୋନା ଦୈନିକ ମାମଲାରେ ଦ୍ରୁତ ହ୍ରାସ : ଗତ 24 ଘଣ୍ଟାରେ 15102 ରୋଗୀ ଚିହ୍ନଟ, 278 ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 15 ହଜାର 102 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ ଏହି ସମୟରେ କରୋନା କାରଣରୁ 278 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।

|

ନୂଆଦିଲ୍ଲୀ : କିଛି ଦିନ ଧରି କରୋନା ଦୈନିକ ସଂକ୍ରମଣରେ ଦ୍ରୁତ ବୃଦ୍ଧି ପରେ ବର୍ତ୍ତମାନ ଏହି ମାମଲାରେ ଆଖିଦୃଶିଆ ହ୍ରାସ ପରିଲକ୍ଷିତ ହୋଇଛି । ଦୁଇ ଦିନ ଧରି ଲଗାତାର କରୋନା ଦୈନିକ ମାମଲା ହ୍ରାସ ପାଇ 15 ହଜାର ପାଖାପାଖି ରହିଛି । ଏଥିସହିତ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି ।

CoronaVirus

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 15 ହଜାର 102 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ ଏହି ସମୟରେ କରୋନା କାରଣରୁ 278 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।

ଅପରପକ୍ଷରେ ଏହି ସମୟ ମଧ୍ୟରେ ସଂକ୍ରମିତଙ୍କ ମଧ୍ୟରୁ 31 ହଜାର 377 ଜଣ ସୁସ୍ଥ ହୋଇଛନ୍ତି । ନୂଆ ସୁସ୍ଥଙ୍କ ସଂଖ୍ୟାକୁ ମିଶାଇ ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 21 ଲକ୍ଷ 89 ହଜାର 887 ରେ ପହଞ୍ଚିଛି । ସେହିପରି ମୃତକଙ୍କ ସଂଖ୍ୟା 5 ଲକ୍ଷ 12 ହଜାର 622 କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଦେଶରେ 1 ଲକ୍ଷ 64 ହଜାର 522 ସକ୍ରିୟ ରୋଗୀ ଅଛନ୍ତି । ଏଥିସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 28 ଲକ୍ଷ 67 ହଜାର 31 ହୋଇଛି ।

ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତକାଲି ସନ୍ଧ୍ୟା ସୁଦ୍ଧା ମୋଟ 176 କୋଟି 19 ଲକ୍ଷ 39 ହଜାର 20 ଡୋଜ୍ ଟିକା ଦିଆଯାଇଛି । ଗତକାଲି ଏଥିମଧ୍ୟରୁ 33 ଲକ୍ଷ 84 ହଜାର 744 ଡୋଜ୍ ଟିକା ଦିଆଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Reports 15102 new corona positive cases in last 24 hours, 278 deceased
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X