ସାମାନ୍ୟ କମିଲା କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ 1537 ଆକ୍ରାନ୍ତ ଚିହ୍ନଟ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1 ହଜାର 537 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 1 ହଜାର 919 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଦୈନିକ କରୋନା ମାମଲାରେ କିଛି ଦିନର ବୃଦ୍ଧି ପରେ ସାମାନ୍ୟ ହ୍ରାସ ହୋଇଛି । ଏପରିକି ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି । ଏଥିସହିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ଆଖିଦୃଶିଆ ହ୍ରାସ ହୋଇଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1 ହଜାର 537 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 1 ହଜାର 919 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 26 ହଜାର 449 କରୋନା ସକ୍ରିୟ ରୋଗୀ ଅଛନ୍ତି । ଗତକାଲି କରୋନା କାରଣରୁ 3 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 32 ହଜାର 430 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 40 ଲକ୍ଷ 77 ହଜାର 068 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 913 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 219 କୋଟି 37 ଲକ୍ଷ 66 ହଜାର 738 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 4 ଲକ୍ଷ 23 ହଜାର 087 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications