ଦୁଇ ହଜାର ତଳକୁ ଖସିଲା କରୋନା ଦୈନିକ ସଂକ୍ରମଣ : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 1569 ରୋଗୀ, 19 ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟାରେ ମୋଟ 1569 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 19 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲା ତିନି ହଜାର ପାଖାପାଖି ରହୁଥିବା ବେଳେ ଆଜି ଏହା ଦୁଇ ହଜାର ତଳକୁ ଖସି ଆସିଛି । ଏଥିସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଗତକାଲି ହ୍ରାସ ହୋଇଛି ।

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 1569 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 19 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଗତ 24 ଘଣ୍ଟାରେ ମୋଟ 2467 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

CoronaVirus

ବର୍ତ୍ତମାନ ଦେଶରେ ମୋଟ 16 ହଜାର 400 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 25 ହଜାର 370 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 84 ହଜାର 710 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 24 ହଜାର 260 ରୋଗୀଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 191 କୋଟି 48 ଲକ୍ଷ 94 ହଜାର 858 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 10 ଲକ୍ଷ 78 ହଜାର 005 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+