ସ୍ଥିର ରହିଛି ଦୈନିକ କରୋନା ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 1575 ଆକ୍ରାନ୍ତ

ନୂଆଦିଲ୍ଲୀ : ବହୁ ଦିନ ପରେ କରୋନା ସଂକ୍ରମଣରୁ ମିଳିଛି ଆଶ୍ୱସ୍ତି । ଗତ କିଛି ଦିନ ହେବ ଏଥିରେ ଅହେତୁକ ବୃଦ୍ଧି ପରେ ବର୍ତ୍ତମାନ ଏଥିରେ ଆଖୃଦୃଶିଆ ହ୍ରାସ ହୋଇଛି । ଦୈନିକ କରୋନା ମାମଲା ବର୍ତ୍ତମାନ 2 ହଜାର ତଳେ ରହିଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 1 ହଜାର 575 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 3 ହଜାର 167 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 18 ହଜାର 009 କୁ ଖସିଛି । ଏହି ସମୟରେ 12 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 49 ଲକ୍ଷ 78 ହଜାର 179 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 44 ଲକ୍ଷ 28 ହଜାର 417 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 31 ହଜାର 753 ରୋଗୀ ପ୍ରାଣ ହରାଇଛନ୍ତି ।












Click it and Unblock the Notifications