ପୁଣି ବଢିଲା କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 15754

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 15 ହଜାର 754 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 15 ହଜାର 220 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ କିଛି ଦିନ ହ୍ରାସ ପରେ ଏଥିରେ ପୁଣି ବୃଦ୍ଧି ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଦୈନିକ ମାମଲା 15 ହଜାର ପରେ ରହିଛି । ଏପରିକି ସକ୍ରିୟ ମାମଲା ଏକ ଲକ୍ଷ ପରେ ରହିଛି । ଏପରିକି କରୋନାଜନିତ ମୃତ୍ୟୁରେ ମଧ୍ୟ ବୃଦ୍ଧି ହେଉଛି ।

CoronaVirus

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 15 ହଜାର 754 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 15 ହଜାର 220 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 01 ହଜାର 830 କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 47 ରେକର୍ଡ ହୋଇଛି ।

ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 43 ଲକ୍ଷ 14 ହଜାର 618 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 36 ଲକ୍ଷ 85 ହଜାର 535 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 27 ହଜାର 253 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 209 କୋଟି 27 ଲକ୍ଷ 32 ହଜାର 604 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 31 ଲକ୍ଷ 52 ହଜାର 882 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+