ପୁଣି ବଢିଲା କରୋନା ଦୈନିକ ସଂକ୍ରମଣ ମାମଲା : ଗତ 24 ଘଣ୍ଟା ମଧ୍ୟରେ 15786 ନୂଆ ରୋଗୀ ଚିହ୍ନଟ, 231 ଜଣଙ୍କର ମୃତ୍ୟୁ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 15 ହଜାର 786 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 231 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ପୁଣି ବୃଦ୍ଧି ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 15 ହଜାରରୁ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 15 ହଜାର 786 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 231 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 18 ହଜାର 641 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 75 ହଜାର 745 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 41 ଲକ୍ଷ 43 ହଜାର 236 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 53 ହଜାର 42 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 35 ଲକ୍ଷ 14 ହଜାର 449 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।
ଅପରପକ୍ଷରେ ଦେଶରେ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତକାଲି ମୋଟ 61 ଲକ୍ଷ 27 ହଜାର 277 ଡୋଜ୍ ଟିକା ଦିଆଯାଇଛି । ଏଥିସହିତ ଦେଶରେ ମୋଟ 100 କୋଟି 59 ଲକ୍ଷ 4 ହଜାର 580 ଡୋଜ୍ ଟୀକାକରଣ ହୋଇସାରିଛି ।












Click it and Unblock the Notifications