• search
For Quick Alerts
Turn On Notification  
For Daily Alerts

ଖସିଲା ଦୈନିକ ସଂକ୍ରମଣ ମାମଲା : ଗତ 24 ଘଣ୍ଟାରେ ମାତ୍ର 15823 ନୂଆ ରୋଗୀ ଚିହ୍ନଟ

|

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ କିଛି ଦିନ ହେବ ହ୍ରାସ ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ ଖସି 15 ହଜାର ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 15 ହଜାର 823 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 226 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

CoronaVirus

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 22 ହଜାର 844 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 2 ଲକ୍ଷ 7 ହଜାର 653 ସକ୍ରିୟ ମାମଲା ରହିଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 40 ଲକ୍ଷ 1 ହଜାର 743 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 51 ହଜାର 189 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 33 ଲକ୍ଷ 42 ହଜାର 901 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହାର ବୁଲେଟିନରେ ଟୀକାକରଣ ବିଷୟରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି । ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ 96 କୋଟି 43 ଲକ୍ଷ 79 ହଜାର 212 ଡୋଜ୍ କୋଭିଡ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତ 24 ଘଣ୍ଟା ମଧ୍ୟରେ 50 ଲକ୍ଷ 63 ହଜାର 845 ଡୋଜ ଦିଆଯାଇଥିଲା ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Reports 15823 new corona cases in last 24 hours
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X