15 ହଜାର ପାର୍ ହେଲା ଦୈନିକ କରୋନା ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 15, 940

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 15 ହଜାର 940 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 12 ହଜାର 425 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ କରୋନା ଦୈନିକ ସଂକ୍ରମଣ ମାମଲାରେ ସାମାନ୍ୟ ବୃଦ୍ଧି ହେବା ପରେ ଆଜି ଏଥିରେ ଆଖିଦୃଶିଆ ପରିବର୍ତ୍ତନ ହୋଇଛି । ଗତକାଲି ଦୈନିକ ସଂକ୍ରମଣ ମାମଲା 15 ହଜାର ପାର୍ ହୋଇଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ଚିନ୍ତାର କାରଣ ପାଲଟିଥିବା ବେଳେ ସକ୍ରିୟ ମାମଲା 90 ହଜାର ଟପିଛି ।

CoronaVirus

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 15 ହଜାର 940 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 12 ହଜାର 425 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 91 ହଜାର 779 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି 20 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 33 ଲକ୍ଷ 78 ହଜାର 234 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 27 ଲକ୍ଷ 61 ହଜାର 481 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 24 ହଜାର 974 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 196 କୋଟି 94 ଲକ୍ଷ 40 ହଜାର 932 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 15 ଲକ୍ଷ 73 ହଜାର 341 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+