ଡରାଉଛି ମୃତ୍ୟୁ ସଂଖ୍ୟା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 16,047 ରୋଗୀ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 047 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 19 ହଜାର 539 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ବୃଦ୍ଧି ପରିଲକ୍ଷିତ ହେବା ପରେ ଗୋଟିଏ ଦିନ ପୂର୍ବେ ଏଥିରେ ଆଖିଦୃଶିଆ ହ୍ରାସ ହୋଇଥିଲା । ଏହାପରେ ଗତକାଲି ପୁଣି ଏଥିରପେ ବୃଦ୍ଧି ହୋଇଛି । ବର୍ତ୍ତମାନ ମାଲା 16 ହଜାର ପରେ ରହିଛି । ଏପରିକି ସକ୍ରିୟ ମାମଲା ଏବେ ମଧ୍ୟ ଏକ ଲକ୍ଷ 28 ହଜାର ପରେ ରହିଛି ।

CoronaVirus

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 047 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 19 ହଜାର 539 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 28 ହଜାର 826 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 104 ରେକର୍ଡ ହୋଇଛି ।

ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 41 ଲକ୍ଷ 90 ହଜାର 697 ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 35 ଲକ୍ଷ 35 ହଜାର 610 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 26 ହଜାର 826 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 207 କୋଟି 03 ଲକ୍ଷ 71 ହଜାର 204 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 15 ଲକ୍ଷ 21 ହଜାର 429 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+