ହ୍ରାସ ପାଇଲା କରୋନା ଦୈନିକ ମାମଲା : 20 ହଜାର ତଳକୁ ଖସିଲା କରୋନା ମାମଲା, ଗତ 24 ଘଣ୍ଟାରେ 206 ଜଣଙ୍କର ପ୍ରାଣହାନି
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 16 ହଜାର 51 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ ଏହି ସମୟରେ କରୋନା କାରଣରୁ 206 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : କିଛି ଦିନ ଧରି କରୋନା ଦାନି ସଂକ୍ରମଣରେ ଦ୍ରୁତ ବୃଦ୍ଧି ପରେ ବର୍ତ୍ତମାନ ଏହି ମାମଲାରେ ହ୍ରାସ ପରିଲକ୍ଷିତ ହୋଇଛି । ଦୁଇ ଦିନ ଧରି ଲଗାତାର କରୋନା ଦୈନିକ ମାମଲା ହ୍ରାସ ପାଇ 20 ହଜାର ତଳେ ରହିଛି । ଏଥିସହିତ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 16 ହଜାର 51 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ ଏହି ସମୟରେ କରୋନା କାରଣରୁ 206 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।

ଅପରପକ୍ଷରେ ଏହି ସମୟ ମଧ୍ୟରେ ସଂକ୍ରମିତଙ୍କ ମଧ୍ୟରୁ 37 ହଜାର 901 ଜଣ ସୁସ୍ଥ ହୋଇଛନ୍ତି । ନୂଆ ସୁସ୍ଥଙ୍କ ସଂଖ୍ୟାକୁ ମିଶାଇ ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 21 ଲକ୍ଷ 24 ହଜାର 284 ରେ ପହଞ୍ଚିଛି । ସେହିପରି ମୃତକଙ୍କ ସଂଖ୍ୟା 5 ଲକ୍ଷ 12 ହଜାର 109କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଦେଶରେ 2 ଲକ୍ଷ 2 ହଜାର 131 ସକ୍ରିୟ ରୋଗୀ ଅଛନ୍ତି । ଏଥିସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 28 ଲକ୍ଷ 38 ହଜାର 524 ହୋଇଛି ।
ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତକାଲି ସନ୍ଧ୍ୟା ସୁଦ୍ଧା ମୋଟ 175 କୋଟି 46 ଲକ୍ଷ 25 ହଜାର 710 ଡୋଜ୍ ଟିକା ଦିଆଯାଇଛି । ଗତକାଲି ଏଥିମଧ୍ୟରୁ 7 ଲକ୍ଷ 706 ଡୋଜ୍ ଟିକା ଦିଆଯାଇଛି ।
-
ଭାରତରେ ବଢ଼ିଲା ପେଟ୍ରୋଲ ଦାମ୍, ଆଜିଠାରୁ ପ୍ରତି ଲିଟର ପିଛା... -
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍












Click it and Unblock the Notifications