ଗତ 24 ଘଣ୍ଟାରେ 16156 ନୂଆ ରୋଗୀ ଚିହ୍ନଟ, 733 ମୃତ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 16 ହଜାର 156 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 733 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ପୁଣି ବୃଦ୍ଧି ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 16 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 16 ହଜାର 156 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 733 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 17 ହଜାର 95 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 60 ହଜାର 989 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 42 ଲକ୍ଷ 31 ହଜାର 809 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 56 ହଜାର 386କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 36 ଲକ୍ଷ 14 ହଜାର 434 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।
ଅପରପକ୍ଷରେ ଦେଶରେ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 104 କୋଟି 4 ଲକ୍ଷ 99 ହଜାର 873 ଡୋଜ୍ ଟୀକାକରଣ ହୋଇସାରିଛି । ଏଥିମଧ୍ୟରୁ ଗତ 24 ଘଣ୍ଟାରେ 49 ଲକ୍ଷ 9 ଜାର 254 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications