For Quick Alerts
Turn On Notification  
For Daily Alerts
Oneindia App Download

ଦିନକ ପରେ ପୁଣି ବଢିଲା କରୋନା ଦୈନିକ ମାମଲା : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 16,159 ରୋଗୀ

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 159 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 15 ହଜାର 394 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

|

ନୂଆଦିଲ୍ଲୀ : ଗତ କିତି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲାରେ ବୃଦ୍ଧି ପରେ ସୋମବାର ଏଥିରେ ସାମାନ୍ୟ ହ୍ରାସ ପରିଲକ୍ଷିତ ହୋଇଥିଲା । କିନ୍ତୁ ଗତକାଲି ଏଥିରେ ପୁଣି ବୃଦ୍ଧି ହୋଇଛି । ଏପରିକି ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ହୋଇଛି । ଅପରପକ୍ଷରେ ସକ୍ରିୟ ମାମଲା ଏବେ ବି ଏକ ଲକ୍ଷ 15 ହଜାର ପରେ ପହଞ୍ଚିଛି ।

CoronaVirus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 159 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 15 ହଜାର 394 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 15 ହଜାର 212 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି 28 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 35 ଲକ୍ଷ 47 ହଜାର 809 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 29 ଲକ୍ଷ 07 ହଜାର 327 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 25 ହଜାର 270 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 198 କୋଟି 20 ଲକ୍ଷ 86 ହଜାର 763 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 9 ଲକ୍ଷ 95 ହଜାର 810 ଡୋଜ୍ ଟିକା ଦିଆଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Reports 16159 New corona cases in last 24 Hours, 28 deceased
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X