କମିଲା କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 16167 ରୋଗୀ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 167 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 15 ହଜାର 549 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ପୁଣି ବୃଦ୍ଧି ପରିଲକ୍ଷିତ ହେଉଛି । କିନ୍ତୁ ଗତକାଲି ଏଥିଲେ ସାମାନ୍ୟ ହ୍ରାସ ହୋଇଛି । ଏହା ବର୍ତ୍ତମାନ 16 ହଜାର ପାଖାପାଖି ରହିଛି । ଏପରିକି ସକ୍ରିୟ ମାମଲା ଏବେ ମଧ୍ୟ ଏକ ଲକ୍ଷ 35 ହଜାର ରହିଛି ।
ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 167 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 15 ହଜାର 549 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 35 ହଜାର 510 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 41 ରେକର୍ଡ ହୋଇଛି ।

ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 41 ଲକ୍ଷ 61 ହଜାର 899 ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 34 ଲକ୍ଷ 99 ହଜାର 659 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 26 ହଜାର 730 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 206 କୋଟି 56 ଲକ୍ଷ 54 ହଜାର 741 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 34 ଲକ୍ଷ 75 ହଜାର 330 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications