ଦୁଇ ଦିନ ଧରି 16 ହଜାରରେ ରହିଛି କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ ପ୍ରାଣ ହରାଇଲେ 53 ରୋଗୀ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 299 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 19 ହଜାର 431 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ବୃଦ୍ଧି ପରିଲକ୍ଷିତ ହେବା ପରେ ଗତ ଦୁଇ ଦିନ ହେବ ଏଥିରେ ଆଖିଦୃଶିଆ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ମାମଲା 16 ହଜାର ପରେ ରହିଛି । ଏପରିକି ସକ୍ରିୟ ମାମଲା ଏବେ ମଧ୍ୟ ଏକ ଲକ୍ଷ 25 ହଜାର ରହିଛି ।

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 299 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 19 ହଜାର 431 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 25 ହଜାର 076 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 53 ରେକର୍ଡ ହୋଇଛି ।
ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 42 ଲକ୍ଷ 06 ହଜାର 996 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 35 ଲକ୍ଷ 55 ହଜାର 041 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 26 ହଜାର 879 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 207 କୋଟି 29 ଲକ୍ଷ 46 ହଜାର 593 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 25 ଲକ୍ଷ 75 ହଜାର 389 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications