ନୂଆ ଭାରିଆଣ୍ଟ ସଂକ୍ରମଣ ମଧ୍ୟରେ ପୁଣି ବଢୁଛି କରୋନା ମୃତ୍ୟୁ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 163 ରୋଗୀ

ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 163 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 176 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 3 ହଜାର 380 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

ନୂଆଦିଲ୍ଲୀ : କରୋନା ଦୈନିକ ସଂକ୍ରମଣ ମାମଲାରେ ଗତ କିଛି ଦିନ ଧରି ହ୍ରାସ ପରେ ପୁଣି ବୃଦ୍ଧି ହେଉଛି । ଗତ କିଛି ଦିନ ଧରି ଏଥିରେ କ୍ରମାଗତ ଭାବେ ହ୍ରାସ ଦେଖାଦେଉଥିଲା । ବର୍ତ୍ତମାନ ଏଥିରେ ପୁଣି ବୃଦ୍ଧି ହୋଇଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଗତକାଲି ବୃଦ୍ଧି ପରିଲକ୍ଷିତ ହୋଇଛି ।

corona virus

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 163 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 176 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 3 ହଜାର 380 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ହୋଇ ଗତ 24 ଘଣ୍ଟାରେ 9 ଝଣ ରୋଗୀ ପ୍ରାଣ ହରାଇଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 4 କୋଟି 46 ଲକ୍ଷ 76 ହଜାର 678 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ହଜାର 42 ହଜାର 608 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 690 ରୋଗୀ ପ୍ରାଣ ହରାଇଛନ୍ତି ।

ଏହା ବ୍ୟତୀତ ସାରା ଦେଶରେ ଚାଲିଥିବା କରୋନା ଟୀକାକରଣ ଅଭିଯାନରେ ଆଜି ପର୍ଯ୍ୟନ୍ତ ମୋଟ 220 କୋଟି 02 ଲକ୍ଷ 99 ହଜାର 901 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 87 ହଜାର 723 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+