ଗତ 24 ଘଣ୍ଟାରେ 16 ହଜାରରୁ ଅଧିକ କରୋନା ରୋଗୀ ଚିହ୍ନଟ, 666 ଜଣ ମୃତ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 16 ହଜାର 326 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 666 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ପୁଣି ବୃଦ୍ଧି ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 16 ହଜାରରୁ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 16 ହଜାର 326 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 666 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

CoronaVirus

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 17 ହଜାର 677 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 73 ହଜାର 728 ସକ୍ରିୟ ମାମଲା ରହିଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 41 ଲକ୍ଷ 59 ହଜାର 562 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 53 ହଜାର 708 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 35 ଲକ୍ଷ 32 ହଜାର 126 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।
ଅପରପକ୍ଷରେ ଦେଶରେ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତକାଲି ମୋଟ 68 ଲକ୍ଷ 48 ହଜାର 417 ଡୋଜ୍ ଟିକା ଦିଆଯାଇଛି । ଏଥିସହିତ ଦେଶରେ ମୋଟ 101 କୋଟି 30 ଲକ୍ଷ 28 ହଜାର 411 ଡୋଜ୍ ଟୀକାକରଣ ହୋଇସାରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+