କରୋନା ଅପଡେଟ୍ : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 16464 ରୋଗୀ, 39 ମୃତ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 464 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 16 ହଜାର 112 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ବୃଦ୍ଧି ପରେ ଗତ କାଲି ଏଥିରେ ସାମାନ୍ୟ ହ୍ରାସ ହୋଇଛି । ଏହା ବର୍ତ୍ତମାନ 16 ହଜାରକୁ ଖସି ଆସିଛି । ଏପରିକି ମୃତ୍ୟୁ ସଂଖ୍ୟାରେ ମଧ୍ୟ ସାମାନ୍ୟ ହ୍ରାସ ପରିଲକ୍ଷିତ ହୋଇଛି । କିନ୍ତୁ ସକ୍ରିୟ ମାମଲା ଏବେ ବି ଏକ ଲକ୍ଷ 40 ହଜାର ପରେ ରହିଛି ।

CoronaVirus

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 464 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 16 ହଜାର 112 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 43 ହଜାର 989 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 39 ରେକର୍ଡ ହୋଇଛି ।

ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 40 ଲକ୍ଷ 36 ହଜାର 275 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 33 ଲକ୍ଷ 65 ହଜାର 890 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 26 ହଜାର 396 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 204 କୋଟି 34 ଲକ୍ଷ 03 ହଜାର 676 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 8 ଲକ୍ଷ 34 ହଜାର 167 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+