For Quick Alerts
Turn On Notification  
For Daily Alerts
Oneindia App Download

ଦୁଇ ହଜାର ତଳକୁ ଖସିଲା କରୋନା ଦୈନିକ ସଂକ୍ରମଣ ମାମଲା : ଗତ 24 ଘଣ୍ଟାରେ 1675 ରୋଗୀ ଚିହ୍ନ, ପ୍ରାଣ ହରାଇଲେ 31 ରୋଗୀ

ଗତ 24 ଘଣ୍ଟାରେ ମୋଟ 1675 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 31 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

|

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲା ଦୁଇ ହଜାରରୁ ଅଧିକ ରହୁଥିବା ବେଳେ ଗତକାଲି ଏହା ସାମାନ୍ୟ ହ୍ରାସ ହୋଇଛି । ଆଜି ଏହା 2 ହଜାର ତଳକୁ ଖସି ଆସିଛି । ଏଥିସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ଏବେବି ଚିନ୍ତାର କାରଣ ପାଲଟିଛି ।

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 1675 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 31 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଗତ 24 ଘଣ୍ଟାରେ ମୋଟ 1635 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

CoronaVirus

ବର୍ତ୍ତମାନ ଦେଶରେ ମୋଟ 14 ହଜାର 841 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 40 ହଜାର 068 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 26 ଲକ୍ଷ 737 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 24 ହଜାର 490 ରୋଗୀଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 192 କୋଟି 52 ଲକ୍ଷ 70 ହଜାର 955 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 13 ଲକ୍ଷ 76 ହଜାର 878 ଡୋଜ୍ ଚୀକାକରଣ କରାଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Reports 1675 new corona positive patients In last 24 Hours
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X