ଓମିକ୍ରନ୍ ଆତଙ୍କ ମଧ୍ୟରେ ପୁଣି ବଢିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଗତ 24 ଘଣ୍ଟାରେ 16764 ରୋଗୀ ଚିହ୍ନଟ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 16 ହଜାର 764 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 220 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ପୁଣି ବୃଦ୍ଧି ପାଇଲା କରୋନା ସଂକ୍ରମିତଙ୍କ ସଂଖ୍ୟା । ବର୍ତ୍ତମାନ ଦୈନିକ ସଂକ୍ରମଣ 16 ହଜାରରୁ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି ।
ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 16 ହଜାର 764 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 220 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 7 ହଜାର 585 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 91 ହଜାର 361 ଜଣ ସକ୍ରିୟ ରୋଗୀ ଅଛନ୍ତି ।
ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 48 ଲକ୍ଷ 38 ହଜାର 804 ରେ ପହଞ୍ଚିଛି । ସେହିପରି ଦେଶରେ ମୋଟ 3 କୋଟି 42 ଲକ୍ଷ 66 ହଜାର 363 ଜଣ ସୁସ୍ଥ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା 4 ଲକ୍ଷ 81 ହଜାର 80 ହୋଇଛି ।
ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 144 କୋଟି 54 ଲକ୍ଷ 16 ହଜାର 714 ଡୋଜ୍ ଟିକା ଦିଆଯାଇଛି । ଗତ 24 ଘଣ୍ଟାରେ 66 ଲକ୍ଷ 65 ହଜାର 290 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications