ସାମାନ୍ୟ ହ୍ରାସ ହେଲା କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 16,866 ରୋଗୀ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 866 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 18 ହଜାର 148 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଦେଶରେ ଲାଗି ରହିଥିବା କରୋନା ମହାମାରୀ ପ୍ରକୋପ ପୁଣି ଥରେ ବଢିବାରେ ଲାଗିଛି । କିନ୍ତୁ କିଛି ଦିନ ହେବ କରୋନା ମାମଲାରେ ବୃଦ୍ଧି ପରିଲକ୍ଷିତ ହେବା ପରେ ଗତକାଲି ଏଥିରେ ସାମାନ୍ୟ ହ୍ରାସ ପରିଲକ୍ଷିତ ହୋଇଛି । କିନ୍ତୁ ମୃତ୍ୟୁ ସଂଖ୍ୟରେ କୌଣସି ହ୍ରାସ ହୋଇନାହିଁ । ଏପରିକି କରୋନା ସକ୍ରିୟ ମାମଲା ଦେଢ ଲକ୍ଷ ପରେ ରହିଛି ।

CoronaVirus

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 866 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 18 ହଜାର 148 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 50 ହଜାର 877 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 41 ରେକର୍ଡ ହୋଇଛି ।

ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 39 ଲକ୍ଷ 05 ହଜାର 621 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 32 ଲକ୍ଷ 28 ହଜାର 670 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 26 ହଜାର 074 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 202 କୋଟି 17 ଲକ୍ଷ 66 ହଜାର 615 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 14 ଲକ୍ଷ 82 ହଜାର 390 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+