କରୋନା ସଂକ୍ରମଣରେ ଲାଗୁନି ବ୍ରେକ୍ : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 16906 ରୋଗୀ, ପ୍ରାଣ ହରାଇଛନ୍ତି 45 ଆକ୍ରାନ୍ତ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 906 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 15 ହଜାର 447 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି । ଗତକାଲି କରୋନା ସଂକ୍ରମଣ ମାମଲା 16 ହଜାର ପାର୍ କରିଛି । ଏପରିକି ମୃତ୍ୟୁ ସଂଖ୍ୟାରେ ମଧ୍ୟ ଅହେତୁକ ବୃଦ୍ଧି ହୋଇଛି । ଅପରପକ୍ଷରେ ସକ୍ରିୟ ମାମଲା ଏବେ ବି ଏକ ଲକ୍ଷ 32 ହଜାର ପରେ ରହିଛି ।

CoronaVirus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 16 ହଜାର 906 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 15 ହଜାର 447 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 32 ହଜାର 457 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି 45 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 36 ଲକ୍ଷ 69 ହଜାର 850 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 30 ଲକ୍ଷ 11 ହଜାର 874 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 25 ହଜାର 519 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 199 କୋଟି 12 ଲକ୍ଷ 79 ହଜାର 010 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 11 ଲକ୍ଷ 15 ହଜାର 068 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+