ସ୍ଥିର ରହିଛି କରୋନା ଦୈନିକ ସଂକ୍ରମଣ, ସକ୍ରିୟ ମାମଲା ରହିଛି 2371

ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 170 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 221 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 2 ହଜାର 371 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

ନୂଆଦିଲ୍ଲୀ: କରୋନା ଦୈନିକ ସଂକ୍ରମଣ ମାମଲାରେ ଗତ କିଛି ଦିନ ଧରି ବୃଦ୍ଧି ହେବା ପରେ ବର୍ତ୍ତମାନ ଏହା ସ୍ଥିର ରହିଛି । ଗତ କିଛି ଦିନ ଧରି ଏଥିରେ କ୍ରମାଗତ ଭାବେ ବୃଦ୍ଧି ହେଉଥିଲା । ବର୍ତ୍ତମାନ ଏହା ସ୍ଥିର ରହିଛି । ଆଶ୍ୱସ୍ତିକର ଖବର ହେଉଛି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ହ୍ରାସ ହୋଇଛି ।

corona virus

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 170 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 221 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 2 ହଜାର 371 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ ଜଣେ ରୋଗୀ କରୋନା କାଣରୁ ପ୍ରାଣ ହରାଇଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 4 କୋଟି 46 ଲକ୍ଷ 80 ହଜାର 094 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ହଜାର 47 ହଜାର 002 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 721 ରୋଗୀ ପ୍ରାଣ ହରାଇଛନ୍ତି ।

କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 14 ଲକ୍ଷ 06 ହଜାର 483 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 10 ହଜାର 336 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+