ଚିନ୍ତା ବଢାଉଛି କରୋନା ଦୈନିକ ମାମଲା, 17 ହଜାର ଆକ୍ରାନ୍ତଙ୍କ ସଂଖ୍ୟା

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 17 ହଜାର 073 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 15 ହଜାର 208 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ କରୋନା ଦୈନିକ ସଂକ୍ରମଣ ମାମଲାରେ ବୃଦ୍ଧି ପରିଲକ୍ଷିତ ହେଉଛି । ଗତକାଲି ଦୈନିକ ସଂକ୍ରମଣ ମାମଲା 17 ହଜାର ପାର୍ ହୋଇଛି, ଯାାହକି ବିଶେଷଜ୍ଞଙ୍କ ଚିନ୍ତାର କାରଣ ପାଲଟିଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟରେ ମଧ୍ୟ ସାମାନ୍ୟ ବୃଦ୍ଧି ହୋଇଛି । ଏପରିକି ସକ୍ରିୟ ମାମଲା ମଧ୍ୟ 90 ହଜାର ପରେ ରହୁଛି ।

CoronaVirus

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 17 ହଜାର 073 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 15 ହଜାର 208 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 94 ହଜାର 420 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି 21 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 34 ଲକ୍ଷ 07 ହଜାର 046 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 27 ଲକ୍ଷ 87 ହଜାର 606 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 25 ହଜାର 020 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 197 କୋଟି 11 ଲକ୍ଷ 91 ହଜାର 239 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 2 ଲକ୍ଷ 49 ହଜାର 646 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+