For Quick Alerts
Turn On Notification  
For Daily Alerts
Oneindia App Download

ବଢୁଛି ଦୈନିକ କରୋନା ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 17092 ଆକ୍ରାନ୍ତ

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 17 ହଜାର 092 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହ ସମୟରେ 14 ହଜାର 684 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

|

ନୂଆଦିଲ୍ଲୀ : ଗତ ଦୁଇ ବର୍ଷ ଧରି ସାରା ଦେଶରେ ଲାଗି ରହିଥିବା କରୋନା ମହାମାରୀ ପ୍ରକୋପ ଏବେ ପୁଣି ବଢିବାରେ ଲାଗିଛି । ଦୈନିକ ସଂକ୍ରମଣ ମାମଲାରେ ବୃଦ୍ଧି ପରିଲକ୍ଷିତ ହେବା ସହ ମୃତ୍ୟୁ ସଂଖ୍ୟା ଚିନ୍ତାର ବିଷୟ ପାଲଟିଛି । ଏପରିକି ସକ୍ରିୟ ମାମଲା ଗତ ତିନି ଦିନ ହେବ ଏକ ଲକ୍ଷ ପରେ ରହୁଛି ।

CoronaVirus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 17 ହଜାର 092 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହ ସମୟରେ 14 ହଜାର 684 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 09 ହଜାର 776 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି 29 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 34 ଲକ୍ଷ 86 ହଜାର 326 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 28 ଲକ୍ଷ 51 ହଜାର 590 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 25 ହଜାର 168 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 197 କୋଟି 84 ଲକ୍ଷ 80 ହଜାର 015 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 9 ଲକ୍ଷ 09 ହଜାର 776 ଡୋଜ୍ ଟିକା ଦିଆଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Reports 17092 Fresh cases In Last 24 Hours, 29 death
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X