ସ୍ଥିର ରହିଛି ଦୈନିକ କରୋନା ସଂକ୍ରଂମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 175 ଆକ୍ରାନ୍ତ
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 175 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 187 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 2 ହଜାର 570 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।
ନୂଆଦିଲ୍ଲୀ: କରୋନା ଦୈନିକ ସଂକ୍ରମଣ ମାମଲାରେ ଗତ କିଛି ଦିନ ଧରି ବୃଦ୍ଧି ହେବା ପରେ ବର୍ତ୍ତମାନ ଏହା ସ୍ଥିର ରହିଛି । ଗତ କିଛି ଦିନ ଧରି ଏଥିରେ କ୍ରମାଗତ ଭାବେ ବୃଦ୍ଧି ହେଉଥିଲା । ବର୍ତ୍ତମାନ ଏହା ସ୍ଥିର ରହିଛି । ଆଶ୍ୱସ୍ତିକର ଖବର ହେଉଛି କୌଣସି କରୋନାଜନିତ ମୃତ୍ୟୁ ହୋଇନାହିଁ ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 175 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 187 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 2 ହଜାର 570 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ କୌଣସି ରୋଗୀ କରୋନା କାଣରୁ ପ୍ରାଣ ହରାଇ ନାହାଁନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 4 କୋଟି 46 ଲକ୍ଷ 79 ହଜାର 131 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ହଜାର 45 ହଜାର 854 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 707 ରୋଗୀ ପ୍ରାଣ ହରାଇଛନ୍ତି ।
କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 11 ଲକ୍ଷ 71 ହଜାର 934 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 48 ହଜାର 292 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications