କମୁନି ଦୈନିକ କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 180 ରୋଗୀ
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 180 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 106 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 2090 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ପୁଣି ଅହେତୁକ ବୃଦ୍ଧି ପରିଲକ୍ଷିତ ହୋଇଛି । ଗତ କିଛି ଦନ ହେବ କରୋନା ମାମଲାରେ ସାମାନ୍ୟ ହ୍ରାସ ହେବା ପରେ ଗତ ଦୁଇ ଦିନ ଧରି ଏଥିରେ ବୃଦ୍ଧି ହୋଇଛି । ଏପରିକି ଦୈନିକ ମାମଲା ଦୁଇ ଶହ ପାଖାପାଖି ରହିଛି । ଆଶ୍ୱସ୍ତିକର ଖବର ହେଉଛି, କରୋନାଜନିତ ମୃତ୍ୟୁ ସଂଖ୍ୟାରେ ହ୍ରାସ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 180 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 106 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 2090 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ କୌଣସି କରୋନା ରୋଗୀଙ୍କ ମୃତ୍ୟୁ ହୋଇନାହିଁ ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 46 ଲକ୍ଷ 85 ହଜାର 799 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 52 ହଜାର 945 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 764 ରୋଗୀ ପ୍ରାଣ ହରାଇଛନ୍ତି ।
କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 63 ଲକ୍ଷ 74 ହଜାର 841 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 6 ହଜାର 712 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications