କମୁଛି ଦୈନିକ ସଂକ୍ରମଣ : ଗତ 24 ଘଣ୍ଟାରେ 18,132 ନୂଆ ରୋଗୀ ଚିହ୍ନଟ, 193 ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 18 ହଜାର 132 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 193 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 20 ହଜାରରୁ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 18 ହଜାର 132 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 193 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

CoronaVirus

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 21 ହଜାର 563 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 2 ଲକ୍ଷ 27 ହଜାର 347 ସକ୍ରିୟ ମାମଲା ରହିଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 39 ଲକ୍ଷ 71 ହଜାର 607 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 50 ହଜାର 782 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 32 ଲକ୍ଷ 93 ହଜାର 478 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହାର ବୁଲେଟିନରେ ଟୀକାକରଣ ବିଷୟରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି । ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ 95 କୋଟି 19 ଲକ୍ଷ 84 ଜାର 373 ଡୋଜ୍ କୋଭିଡ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତ 24 ଘଣ୍ଟା ମଧ୍ୟରେ 46 ଲକ୍ଷ 57 ହଜାର 679 ଡୋଜ ଦିଆଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+