ଗୋଟିଏ ଦିନ ହ୍ରାସ ପରେ ପୁଣି ବଢିଲା କରୋନା ମାମଲା, ଗତ 24 ଘଣ୍ଟାରେ 18313 ରୋଗୀ, 56 ମୃତ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 18 ହଜାର 313 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 20 ହଜାର 742 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଦେଶରେ ଲାଗି ରହିଥିବା କରୋନା ମହାମାରୀ ପ୍ରକୋପ ପୁଣି ଥରେ ବଢିବାରେ ଲାଗିଛି । ଗୋଟିଏ ଦିନ ଦୈନିକ କରୋନା ମାମଲାରେ ସାମାନ୍ୟ ହ୍ରାସ ପରେ ଗତକାଲି ଏଥିରେ ପୁଣି ବୃଦ୍ଧି ପରିଲକ୍ଷିତ ହୋଇଛି । କିନ୍ତୁ ମୃତ୍ୟୁ ସଂଖ୍ୟରେ କୌଣସି ହ୍ରାସ ହୋଇନାହିଁ । ଏପରିକି କରୋନା ସକ୍ରିୟ ମାମଲା ଦେଢ ଲକ୍ଷ ପାଖାପାଖି ରହିଛି ।

CoronaVirus

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 18 ହଜାର 313 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 20 ହଜାର 742 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 45 ହଜାର 026 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 56 ରେକର୍ଡ ହୋଇଛି ।

ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 39 ଲକ୍ଷ 37 ହଜାର 764 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 32 ଲକ୍ଷ 67 ହଜାର 571ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 26 ହଜାର 167 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 202 କୋଟି 79 ଲକ୍ଷ 61 ହଜାର 722 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 27 ଲକ୍ଷ 37 ହଜାର 235 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+