କମୁଛି ଦୈନିକ ସଂକ୍ରମଣ : ଗତ 24 ଘଣ୍ଟା ମଧ୍ୟରେ 18333 ରୋଗୀ ଚିହ୍ନଟ, 278 ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 18 ହଜାର 333 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 278 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣରେ କିଛି ଦିନ ହେବ ହ୍ରାସ ପାଇବାରେ ଲାଗିଛି । କିଛି ଦିନ ହେବ ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା 20 ହଜାରରୁ କମ୍ ରହିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି (ବୁଧବାର) କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 18 ହଜାର 333 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 278 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

CoronaVirus

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 24 ହଜାର 770 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 2 ଲକ୍ଷ 46 ହଜାର 687 ସକ୍ରିୟ ମାମଲା ରହିଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 38 ଲକ୍ଷ 71 ହଜାର 881 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 49 ହଜାର 538 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 31 ଲକ୍ଷ 75 ହଜାର 656 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହାର ବୁଲେଟିନରେ ଟୀକାକରଣ ବିଷୟରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି । ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ 92 କୋଟି 17 ଲକ୍ଷ 65 ହଜାର 405 ଡୋଜ୍ କୋଭିଡ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତ 24 ଘଣ୍ଟା ମଧ୍ୟରେ 59 ଲକ୍ଷ 48 ହଜାର 360 ଡୋଜ ଦିଆଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+