ପୁଣି ବଢିଲା କରୋନା ଦୈନିକ ସଂକ୍ରମଣ ମାମଲା : ଗତ 24 ଘଣ୍ଟା ମଧ୍ୟରେ 18454 ନୂଆ ରୋଗୀ ଚିହ୍ନଟ, 160 ଜଣଙ୍କର ମୃତ୍ୟୁ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 18 ହଜାର 454 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 160 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ପୁଣି ବୃଦ୍ଧି ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 18 ହଜାରରୁ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 18 ହଜାର 454 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 160 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 17 ହଜାର 561 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 78 ହଜାର 831 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 41 ଲକ୍ଷ 27ହଜାର 450 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 52 ହଜାର 811 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 34 ଲକ୍ଷ 95 ହଜାର 808 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।












Click it and Unblock the Notifications