ବଢୁଛି କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 185 ରୋଗୀ
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 185 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 190 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 3 ହଜାର 402 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।
ନୂଆଦିଲ୍ଲୀ : କରୋନା ଦୈନିକ ସଂକ୍ରମଣ ମାମଲାରେ ଗତ କିଛି ଦିନ ଧରି ହ୍ରାସ ପରେ ପୁଣି ବୃଦ୍ଧି । ଗତ କିଛି ଦିନ ଧରି ଏଥିରେ କ୍ରମାଗତ ଭାବେ ହ୍ରାସ ଦେଖାଦେଉଥିଲା । ବର୍ତ୍ତମାନ ଏହା 185 ରେ ପହଞ୍ଚିଛି । ଏହା ସହିତ ଆଶ୍ୱସ୍ତିକର ରହିଛି କରୋନାଜନିତ ମୃତ୍ୟୁ ସଂଖ୍ୟା ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 185 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 190 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 3 ହଜାର 402 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଆଶ୍ୱସ୍ତିକର ଖବର ହେଉଛି ଏହି ସମୟରେ ମାତ୍ର ଜଣେ ରୋଗୀଙ୍କ କରୋନାଜନିତ ମୃତ୍ୟୁ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 4 କୋଟି 46 ଲକ୍ଷ 76 ହଜାର 515 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ହଜାର 42 ହଜାର 432 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 681 ରୋଗୀ ପ୍ରାଣ ହରାଇଛନ୍ତି ।
ଏହା ବ୍ୟତୀତ ସାରା ଦେଶରେ ଚାଲିଥିବା କରୋନା ଟୀକାକରଣ ଅଭିଯାନରେ ଆଜି ପର୍ଯ୍ୟନ୍ତ ମୋଟ 220 କୋଟି 02 ଲକ୍ଷ 12 ହଜାର 178 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 66 ହଜାର 197 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications