ସାମାନ୍ୟ କମିଲା କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 18738 ରୋଗୀ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 18 ହଜାର 738 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 18 ହଜାର 558 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ପୁଣି ବୃଦ୍ଧି ପରିଲକ୍ଷିତ ହେଉଛି । କିନ୍ତୁ ଗତକାଲି ଏଥିଲେ ସାମାନ୍ୟ ହ୍ରାସ ହୋଇଛି । ଏହା ବର୍ତ୍ତମାନ 19 ହଜାର ତଳେ ରହିଛି । ଏପରିକି ସକ୍ରିୟ ମାମଲା ଏବେ ମଧ୍ୟ ଏକ ଲକ୍ଷ 34 ହଜାର ରହିଛି ।

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 18 ହଜାର 738 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 18 ହଜାର 558 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 34 ହଜାର 933 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 40 ରେକର୍ଡ ହୋଇଛି ।
ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 41 ଲକ୍ଷ 45 ହଜାର 732 ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 34 ଲକ୍ଷ 84 ହଜାର 110 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 26 ହଜାର 689 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 206 କୋଟି 21 ଲକ୍ଷ 79 ହଜାର 411 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 29 ଲକ୍ଷ 58 ହଜାର 617 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications