ବଢୁଛି କରୋନା ସଂକ୍ରମଣ, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 194 ରୋଗୀ
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 194 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 190 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 3 ହଜାର 428 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।
ନୂଆଦିଲ୍ଲୀ : କରୋନା ଦୈନିକ ସଂକ୍ରମଣ ମାମଲାରେ ଗତ କିଛି ଦିନ ଧରି ହ୍ରାସ ପରେ ପୁଣି ବୃଦ୍ଧି ହେଉଛି । ଗତ କିଛି ଦିନ ଧରି ଏଥିରେ କ୍ରମାଗତ ଭାବେ ହ୍ରାସ ଦେଖାଦେଉଥିଲା । ବର୍ତ୍ତମାନ ଏଥିରେ ପୁଣି ବୃଦ୍ଧି ହୋଇଛି । ଆଶ୍ୱସ୍ତିକର ଖବର ହେଉଛି, ବର୍ତ୍ତମାନ କରୋନାଜନିତ ମୃତ୍ୟୁ କମିଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 194 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 190 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 3 ହଜାର 428 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ କୌଣସି କରୋନାଜନିତ ମୃତ୍ୟୁ ହୋଇନାହିଁ ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 4 କୋଟି 46 ଲକ୍ଷ 77 ହଜାର 302 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ହଜାର 43 ହଜାର 179 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 695 ରୋଗୀ ପ୍ରାଣ ହରାଇଛନ୍ତି ।
ଏହା ବ୍ୟତୀତ ସାରା ଦେଶରେ ଚାଲିଥିବା କରୋନା ଟୀକାକରଣ ଅଭିଯାନରେ ଆଜି ପର୍ଯ୍ୟନ୍ତ ମୋଟ 220 କୋଟି 05 ଲକ୍ଷ 46 ହଜାର 067 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 29 ହଜାର 818 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications