ବଢୁଛି ଦୈନିକ କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 19406 ରୋଗୀ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 19 ହଜାର 406 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 19 ହଜାର 928 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ପୁଣି ବୃଦ୍ଧି ପରିଲକ୍ଷିତ ହେଉଛି । ଏହା ବର୍ତ୍ତମାନ 20 ହଜାର ପାଖାପାଖି ରହିଛି । ଏପରିକି ମୃତ୍ୟୁ ସଂଖ୍ୟା ବିଶେଷଜ୍ଞଙ୍କ ଚିନ୍ତାର କାରଣ ପାଲଟିଛି । ଏଥିରପେ ଅହେତୁକ ବୃଦ୍ଧି ହୋଇଛି । କିନ୍ତୁ ସକ୍ରିୟ ମାମଲା ଏବେ ଏକ ଲକ୍ଷ 35 ହଜାରକୁ ଖସିଛି ।

CoronaVirus

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 19 ହଜାର 406 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 19 ହଜାର 928 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 34 ହଜାର 793 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 49 ରେକର୍ଡ ହୋଇଛି ।

ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 41 ଲକ୍ଷ 26 ହଜାର 994 ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 34 ଲକ୍ଷ 65 ହଜାର 552 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 26 ହଜାର 649 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 205 କୋଟି 59 ଲକ୍ଷ 47 ହଜାର 243 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+