ଦିନକ ପରେ ପୁଣି ବଢିଲା କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 1946 ରୋଗୀ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1 ହଜାର 946 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 2 ହଜାର 417 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଦେଶରେ କରୋନା ମହାମାରୀ ଆରମ୍ଭ ହେବାର ପ୍ରାୟ ଅଢେଇ ବର୍ଷ ପରେ ମଧ୍ୟ ଏହାର ବିପଦ ଟଳି ନାହିଁ । ଏବେ ବି ଦୈନିକ କରୋନା ମାମଲାରେ ବୃଦ୍ଧି ଦେଖିବାକୁ ମିଳୁଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1 ହଜାର 946 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 2 ହଜାର 417 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 25 ହଜାର 968 କରୋନା ସକ୍ରିୟ ରୋଗୀ ଅଛନ୍ତି । ଗତକାଲି କରୋନା କାରଣରୁ 10 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 34 ହଜାର 376 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 40 ଲକ୍ଷ 79 ହଜାର 485 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 923 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 219 କୋଟି 41 ଲକ୍ଷ 43 ହଜାର 525 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 3 ଲକ୍ଷ 28 ହଜାର 787 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications