ଗୋଟିଏ ଦିନରେ ହଜାରେ ଖସିଲା କୋରନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 1960 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1 ହଜାର 960 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 3 ହଜାର 481 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ପାର୍ବଣ ଋତୁରେ ଦୈନିକ କରୋନା ମାମଲାରେ ଆଖୃଦୃଶିଆ ହ୍ରାସ ହୋଇଛି । ଗତତାଲି ଏହି ସଂଖ୍ୟାରେ ଏକ ହଜାର ହ୍ରାସ ହୋଇଛି । ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି । ଯାହାକି ବିଶେଷଜ୍ଞ ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ସେହିପରି ସକ୍ରିୟ ମାମଲା 34 ହଜାରକୁ ଖସିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1 ହଜାର 960 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 3 ହଜାର 481 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 34 ହଜାର 598 କରୋନା ସକ୍ରିୟ ରୋଗୀ ଅଛନ୍ତି । ଗତକାଲି କରୋନା କାରଣରୁ 7 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 45 ଲକ୍ଷ 99 ହଜାର 466 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 40 ଲକ୍ଷ 36 ହଜାର 152 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 716 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 218 କୋଟି 80 ଲକ୍ଷ 50 ହଜାର 600 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 3 ଲକ୍ଷ 44 ହଜାର 525 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications