କମୁଛି ଦୈନିକ ସଂକ୍ରମଣ : ଗତ 24 ଘଣ୍ଟାରେ 19,740 ନୂଆ ରୋଗୀ ଚିହ୍ନଟ, 248 ଜଣଙ୍କର ମୃତ୍ୟୁ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 19 ହଜାର 740 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 248 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 20 ହଜାରରୁ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି (ଶନିବାର) କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 19 ହଜାର 740 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 248 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 23 ହଜାର 70 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 2 ଲକ୍ଷ 36 ହଜାର 643 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 39 ଲକ୍ଷ 35 ହଜାର 309 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 50 ହଜାର 643 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 32 ଲକ୍ଷ 48 ହଜାର 291 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହାର ବୁଲେଟିନରେ ଟୀକାକରଣ ବିଷୟରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି । ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ 93 କୋଟି 99 ଲକ୍ଷ 15 ହଜାର 323 ଡୋଜ୍ କୋଭିଡ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତ 24 ଘଣ୍ଟା ମଧ୍ୟରେ 79 ଲକ୍ଷ 12 ହଜାର 202 ଡୋଜ ଦିଆଯାଇଥିଲା ।












Click it and Unblock the Notifications