କମିଛି କରୋନା ମାମଲା, ଗତ 24 ଘଣ୍ଟାରେ 1994 ରୋଗୀ ଚିହ୍ନଟ, 6 ମୃତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1 ହଜାର 994 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 3 ହଜାର 908 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ପାର୍ବଣ ଋତୁରେ କମିଛି ଦୈନିକ କରୋନା ମାମଲା । ଦେଶରେ କରୋନା ମାମଲାରେ ଆଖିଦୃଶିଆ ହ୍ରାସ ହୋଇଛି । ଗତ କାଲି ଏହା 2 ହଜାର ତଳେ ରହିଛି । ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି । ଯାହାକି ବିଶେଷଜ୍ଞ ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ସେହିପରି ସକ୍ରିୟ ମାମଲା 30 ହଜାରକୁ ଖସିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1 ହଜାର 994 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 3 ହଜାର 908 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 30 ହଜାର 362 କରୋନା ସକ୍ରିୟ ରୋଗୀ ଅଛନ୍ତି । ଗତକାଲି କରୋନା କାରଣରୁ 6 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 06 ହଜାର 460 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 40 ଲକ୍ଷ 42 ହଜାର 344 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 754 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 218 କୋଟି 88 ଲକ୍ଷ 17 ହଜାର 589 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 3 ଲକ୍ଷ 97 ହଜାର 407 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications